• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୪ର୍ଥୀ ପ୍ରାତଃ ୦୭.୫୨ ଗତେ ୫ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Wednesday 10 Jul 2024

ମଘା- ବ୍ୟବସାୟ କରୁଥିବା ଲୋକଙ୍କୁ ଋଣ ନେବା ପାଇଁ ପଡିପାରେ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ସାମୟିକ ମନୋବଳ ବୃଦ୍ଧିକରିବ। କର୍ମକ୍ଷେତ୍ରରେ ମାନସିକଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ।

ପୂ,ଫାଲଗୁନି- କାର‌୍ୟ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଆବଶ୍ୟକତା ଉପଲବ୍ଧି କରି ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି।

ଉ,ଫାଲଗୁନି- ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ ।କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷା ନ କରି ଠିକ୍ ସମୟରେ ଆସି ନ ପାରନ୍ତି।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :