• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Friday 10 Mar 2023

ମଘା- ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ

ପୂ- ଫାଲ୍‌ଗୁନୀ- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ

ଉ- ଫାଲ୍‌ଗୁନୀ- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :