ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।
ବିଶାଖା- ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ
ଅନୁରାଧା- ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ
ଜ୍ୟୋଷ୍ଠା- ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯