• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 10 Mar 2024

ପୁନର୍ବସୁ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।  ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।
ପୁଷ୍ୟା- ସରକାରୀ ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।
ଅଶ୍ଲେଷା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ମହିଳା ମାନେ ଧୈର୍ଯ୍ୟ ଧରି କାମ କରିଲେ କାର୍ଯ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :