• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Taurus

ବୃଷ

Friday 10 Nov 2023

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଲାଗି ରହିଥିବା ମତାନ୍ତର ଦୂର ହୋଇଯିବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି ।

ରୋହିଣୀ- ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ରାଜନୈତିକ ପରିସ୍ଥିତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ମୃଗଶିରା- ମହିଳା ମାନେ ଧୈର୍ଯ୍ୟ ଧରି କାମ କରିଲେ କାର୍ଯ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :