• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Thursday 10 Oct 2024

ଚିତ୍ରା- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର‌୍ୟ୍ୟକୁ ନେଇ ସେଥିରେ କୃତକାର‌୍ୟ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ

ସ୍ୱାତୀ- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି ।

ବିଶାଖା-ଗୃହସୀମା ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ । ମହିଳା ମାନେ ବହୁତ କଷ୍ଟ ପାଇବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ