• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Leo

ସିଂହ

Thursday 10 Oct 2024

ମଘା-ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ଉ- ଫାଲ୍‌ଗୁନୀ- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :