• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Scorpio

ବିଛା

Monday 11 Sep 2023

ବିଶାଖା- ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ବ୍ୟବସାୟରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରିବେ ।

ଅନୁରାଧା- ନୂତନ ଅଫିସ୍ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ।

ଜ୍ୟୋଷ୍ଠା- ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ସାମ୍ବାଦିକତା, କଳ କାରଖାନା ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ର ପାଇଁ ଦିନଟି ଭଲ।

ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :