ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ଚିତ୍ରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟ ସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ସ୍ୱାତୀ- ଅଫିସରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତ୍ତ କରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ।
ବିଶାଖା- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬