• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Libra

ତୁଳା

Thursday 11 Jan 2024

ଚିତ୍ରା- ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ । ବ୍ୟବସାୟୀମାନେ ବିତର୍କରୁ ଦୂରେଇ ରୁହନ୍ତୁ ନଚେତ୍ କ୍ଷତି ସହିବା ପାଇଁ ପଡିପାରେ । ନିଜ ସାଥୀଙ୍କ ସହ ଅଧିକ ସମୟ ଅତିବାହିତ କରିବାର ସୁଯୋଗ ପାଇବେ ।

ସ୍ୱାତୀ- ଅଧିକାଂଶ ସମୟ ମନ ଅସ୍ଥିର ରହିବ । ଛୋଟ ଛୋଟ କଥାକୁ ନେଇ ଅନ୍ୟମାନଙ୍କ ସହ କଳହ କରିପାରନ୍ତି । ବିବାଦୀୟ ଘଟଣାଟି ଆଲୋଚନା ଦ୍ୱାରା ସମାଧାନ ହୋଇଯିବ ।

ବିଶାଖା- ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ । ଆମଦାନୀ କାରବାର କ୍ଷେତ୍ର ବେଶ୍ ଭଲ ରହିବ । କର୍ମକ୍ଷେତ୍ରରେ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ।

ପ୍ରତିକାର- ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :