• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Thursday 11 Jan 2024

ବିଶାଖା- ଘର କାମ ସାଙ୍ଗକୁ ଅଫିସ୍ କାମର ଜଞ୍ଜାଳ ବଳିଯିବ । ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି ।

ଅନୁରାଧା- ଅଫିସରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଅଜଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।

ଜ୍ୟେଷ୍ଠା- ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି । ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି । ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :