• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Pisces

ମୀନ

Tuesday 11 Jul 2023

ପୂ, ଭାଦ୍ରପଦ- ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

ଉ, ଭାଦ୍ରପଦ- କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବେ। ଅଫିସ୍ରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।

ରେବତୀ- ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ, ସାମ୍ବାଦିକତା ଓ ଏଜେନଶିପ୍ରୁ ଖୁସି ରହିବେ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :