• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Virgo

କନ୍ୟା

Tuesday 11 Jul 2023

ଉ- ଫାଲ୍‌ଗୁନୀ- ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟ,ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଭୁଲ୍ ବୁଝାମଣାଜନିତ ଅଶାନ୍ତି ଦେଖାଦେବ

ହସ୍ତା- ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ । ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।

ଚିତ୍ରା- ପୂର୍ବ ବିବାଦକୁ ନେଇ କଚେରି ମାମଲା ଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଭଲ ନତବା ଅନୁତାପ କରିପାରନ୍ତି।

ପ୍ରତିକାର - ଗୁରୁଜନ ମାନଙ୍କର ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :