• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Tuesday 11 Jul 2023

ବିଶାଖା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ। ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି।

ଅନୁରାଧା- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କୌଣସି ନୂତନ ଯୋଜନା କିମ୍ବା ଦୂରଯାତ୍ରା ସକାଶେ ମନ ବଳାଇପାରନ୍ତି । ବନ୍ଧୁମାନେ ନିଜ ନିଜର ଫାଇଦା ହାସଲ ପାଇଁ ଚେଷ୍ଟା ଚଳାଇବେ।

ଜ୍ୟୋଷ୍ଠା- ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ। ଜମିଜମା, ବାଣିଜ୍ୟ, ନିର୍ମାଣ କ୍ଷେତ୍ର ଓ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସୁଫଳ ପାଇବେ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :