• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aries

ମେଷ

Saturday 11 Mar 2023

ଅଶ୍ୱନୀ - ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବିଶେଷ ବାଧିବ ନାହିଁ ।

କୃତିକା- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ଦ୍ୱିଜା- କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ । ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :