• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Capricorn

ମକର

Saturday 11 Mar 2023

ଉ, ଷାଢା - ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ ।

ଶ୍ରବଣା - ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦକ୍ଷେପ ନେବେ ।

ଧନିଷ୍ଠା - ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :