• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Taurus

ବୃଷ

Saturday 11 May 2024

କୃତିକା - ଆକସ୍ମିକ ଭାବେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୌଣସି କାରଣରୁ ମନ ଭଲ ରହିବ ନାହିଁ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।

ମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :