• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Capricorn

ମକର

Saturday 11 May 2024

ଉ , ଷାଢା - ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସତା ରହିବ ନାହିଁ । ଅବଶ୍ୟ ନିଜର କାର‌୍ୟ୍ୟଦକ୍ଷତା ହେତୁ ବନ୍ଧୁମାନଙ୍କ ଗହଣରେ ପ୍ରଂଶସିତ ହେବେ ।

ଶ୍ରବଣା – ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶିକ୍ଷାର୍ଥୀମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।

ଧନିଷ୍ଠା – ପିତାମାତାଙ୍କ ଓ ସହଯୋଗ ପାଇବେ । କୋର୍ଟର ଶୁଣାଣିରେ ମନ ଆନନ୍ଦିତ ରହିବ । ଆତ୍ମୀୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :