ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୨.୨୦ ଗତେ ମୀନ,ତିଥି- ୧୦ମୀ ସନ୍ଧ୍ୟା ୦୬.୪୬ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୦୨.୨୦ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୦୯.୩୯ ଗତେ ୧-ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ବିଶାଖା- ମାନସିକ ଦୁଶ୍ଚିନ୍ତା ଦୂରେଇ ଯାଇ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ ।
ଅନୁରାଧା- ରାଜନୀତିରେ ଉଚିତ୍ ପନ୍ଥା ଗ୍ରହଣ କରି ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ୱୟ ରହି ବନ୍ଧୁତ୍ୱ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତି ଭଲ ରହିବ ।
ଜ୍ୟେଷ୍ଠା- ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଭୂ-ସମ୍ପତି କିଣିବାର ଯୋଗ ରହିଛି ।
ପ୍ରତିକାର- ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯