• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2023: ଏହି ସବୁ ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌ ପଡ଼ିପାରନ୍ତି ବଡ଼ ସମସ୍ୟାରେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର-ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି-୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ । ଘାତ ଚନ୍ଦ୍ର-କନ୍ୟା ଅହୋରାତ୍ର । ଘାତବାର-ବୃଷ ସିଂହ ଓ କନ୍ୟା ।

Taurus

ବୃଷ

Saturday 12 Aug 2023

କୃତିକା - ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ ।

ରୋହିଣୀ - କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ମୃଗଶିରା - ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ ।  ରାଜନୀତି ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬ ।

ପ୍ରତିକାର - ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।