• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2023: ଏହି ସବୁ ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌ ପଡ଼ିପାରନ୍ତି ବଡ଼ ସମସ୍ୟାରେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର-ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି-୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ । ଘାତ ଚନ୍ଦ୍ର-କନ୍ୟା ଅହୋରାତ୍ର । ଘାତବାର-ବୃଷ ସିଂହ ଓ କନ୍ୟା ।

Aquarius

କୁମ୍ଭ

Saturday 12 Aug 2023

ଧନିଷ୍ଠା - ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । 

ଶତଭିଷା - ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ରାଜନିତିରେ କୌଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବାକୁ ପଡିପାରେ ।

ପୂ, ଭାଦ୍ରପଦ - ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ପାଇ ବାଞ୍ଚିତ ଅଭିଳାଷ ପୂରଣ ହେବ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮ ।

ପ୍ରତିକାର - ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ ।