ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ପୁନର୍ବସୁ- କର୍ମକ୍ଷେତ୍ରରେ ସହକର୍ମୀଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ
ପୁଷ୍ୟା- ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ। ଅଫିସରେ ଥିବା ସମୟରେ ହଠାତ୍ କୌଣସି ଖବର ପାଇ ଚକିତ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଛିତ ଅଭିଳାଷ ପୂରଣ ହେବ ।
ଅଶ୍ଲେଷା- ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ ।
ପ୍ରତିକାର – ସକାଳୁ ପଶୁ- ପକ୍ଷୀ ମାନଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।