ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୧୭ ଗତେ ବିଛା,ତିଥି – ୫ମୀ ରାତ୍ରି ୧୦.୦୧ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ପ୍ରାତଃ ୦୭.୫୯ ଗତେ ୨ ପାଦ ।
ଉ , ଫାଲଗୁନୀ – କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।
ହସ୍ତା – ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ରାଜନୈତିକ ପରିସି୍ଥତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ଚିତ୍ରା – ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫