• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Sunday 12 May 2024

ବିଶାଖା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ । ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ । ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି ।
ଅନୁରାଧା- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । କୌଣସି ନୂତନ ଯୋଜନା କିମ୍ବା ଦୂରଯାତ୍ରା ସକାଶେ ମନ ବଳାଇପାରନ୍ତି । ବନ୍ଧୁମାନେ ନିଜ ନିଜର ଫାଇଦା ହାସଲ ପାଇଁ ଚେଷ୍ଟା ଚଳାଇବେ । 
ଜ୍ୟୋଷ୍ଠା-  ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ । ଜମିଜମା, ବାଣିଜ୍ୟ, ନିର୍ମାଣ କ୍ଷେତ୍ର ଓ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସୁଫଳ ପାଇବେ ।
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :