ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୧୧ଶୀ ଦିବା ୦୪.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨-ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ପ୍ରାତଃ ୦୭.୫୧ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ଉ, ଷାଢା- ସକାଳେ ଚାଲିବା କିମ୍ବା ସାଇକେଲ ଚଲାଇବା ଅଭ୍ୟାସ କରନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ
ଶ୍ରବଣା- ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ୟ୍ୟ ସମାପ୍ତ ହେବ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ
ଧନିଷ୍ଠା- ରାଜନୀତିରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୂଖ୍ୟ ନେତାଙ୍କର ପ୍ରିୟ ପାତ୍ର ହୋଇପାରିବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ପୈତୃକ ସମ୍ପତି ବୃଦ୍ଧି ହେବାର ସମ୍ଭାବନା ଅଛି
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩