• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Sagittarius

ଧନୁ

Thursday 13 Apr 2023

ମୂଳା- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ ।

ପୂ, ଷାଢା- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।

ଉ, ଷାଢା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ଧର୍ମକାର‌୍ୟ୍ୟର ଆଲୋଚନା କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :