ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ମୃଗଶିରା - ପରିସ୍ରା ଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।
ଆଦ୍ରା - ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ପୁନର୍ବସୁ – ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଗୃହସୀମା ବିବାଦ ଦେଖାଦେଇ ପାରେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫