ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।
ଧନିଷ୍ଠା- ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ
ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୧.୧୯ ଗତେ ବିଛା ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ପ୍ରାତଃ ୦୭.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୪୭ ପର୍ଯ୍ୟନ୍ତ ।