ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।
ମୃଗଶିରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ
ଆଦ୍ରା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି
ପୁନର୍ବସୁ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୧.୧୯ ଗତେ ବିଛା ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ପ୍ରାତଃ ୦୭.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୪୭ ପର୍ଯ୍ୟନ୍ତ ।