• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 13 Feb 2024

ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଆଳାପ ଆଲୋଚନାରେ ଅଧିକାଂଶ ସମୟ କଟାଇବେ। ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ । ପିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ।

ଦ୍ୱିଜା- ସହକର୍ମୀମାନଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ। ବ୍ୟକ୍ତିଗତ କ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ରାଜନୀତିରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ।

କୃତିକା- ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବାକୁ ମନ ବଳାଇ ପାରନ୍ତି। ଆକସ୍ମିକ ସମସ୍ୟାରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କରି ଅନୁତପ୍ତ ହୋଇପାରନ୍ତି। କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :