କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ପୂ, ଭାଦ୍ରପଦ- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ଉ, ଭାଦ୍ରପଦ- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।
ରେବତୀ- ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩