କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ପୁନର୍ବସୁ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ପୁଷ୍ୟା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ
ଅଶ୍ଳେଷା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ
ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨