ସୌର ଧନୁ ମାସ, ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ଶୁକ୍ରବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି - ୬ଷ୍ଠୀ ସନ୍ଧ୍ୟା ୦୬.୧୭ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୪.୩୭ ପର୍ଯ୍ୟନ୍ତ। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ମୃଗଶିରା - ସାମୟିକ ଭାବେ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ । ପରିବାରରେ ତିକ୍ତତା ଦେଖାଦେଇ ପାରେ । ବ୍ୟବସାୟରେ ବଡ଼ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଆଦ୍ରା – ରାଜନୀତିରେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି । ମହିଳାମାନେ କୌଣସି ସଭାରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ପୁନର୍ବସୁ - ଛାତ୍ରଛାତ୍ରୀମାନେ ପଢାରେ ଅଗ୍ରଗତି କରିବେ । ଜମିଜମାକୁ ନେଇ କୋର୍ଟଙ୍କ ଦ୍ୱାରସ୍ଥ ହେବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫