ସୌର ଧନୁ ମାସ, ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ଶୁକ୍ରବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି - ୬ଷ୍ଠୀ ସନ୍ଧ୍ୟା ୦୬.୧୭ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୪.୩୭ ପର୍ଯ୍ୟନ୍ତ। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ମୂଳା – ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ
ପୂ , ଷାଢା – ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷାକ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ
ଉ , ଷାଢା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩