ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ରାତ୍ରି ୦୪.୪୯ ଗତେ କର୍କଟ,ତିଥି- ପୂର୍ଣ୍ଣିମା ରାତ୍ରି ୦୩.୫୬ ଗତେ ପ୍ରତିପଦ, ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୧୯ ପର୍ଯ୍ୟନ୍ତ,ପୁଷ୍କର ଦୋଷ- ଦିବା ୧୦.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ- ଫାଲ୍ଗୁନୀ- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଉ- ଫାଲ୍ଗୁନୀ- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧