• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆକସ୍ମିକ ଦୂରଯାତ୍ରା କରିବାକୁ ପଡ଼ିପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୧.୫୮ ଗତେ ବୃଷ ,ତିଥି – ୧୧ଶୀ ସନ୍ଧ୍ୟା ୦୬.୨୫ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ସନ୍ଧ୍ୟା ୦୬.୨୫ ଗତେ ୨ପାଦ-ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ

Aries

ମେଷ

Thursday 13 Jul 2023

ଅଶ୍ୱନୀ- ପ୍ରତ୍ୟେକ କ୍ଷେତ୍ରରେ ଧୈର‌୍ୟ୍ୟ ଧାରଣ କରି ବିଭିନ୍ନ ସମସ୍ୟାର ମୁକାବିଲାରେ ସମର୍ଥ ହେବେ। କେତେକ ଘଟଣାରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅସମର୍ଥିତ ସୂତ୍ରରୁ ଅନ୍ୟମାନଙ୍କ କଥା ଶୁଣି ବ୍ୟସ୍ତ ଅନୁଭବ କରିବେ।

ଦ୍ୱିଜା- ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ବିଶେଷ ଖଟଣିଜନିତ ମନ ଭଲ ରହିବ ନାହିଁ। ଭଲ ପଡୁନଥିବା କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ।

କୃତିକା- ଅର୍ଥ ସଂକଟ ଦୂରେଇବାରେ ଜଣେ ବିଶିଷ୍ଟ ବ୍ୟକ୍ତି ସହାୟତା କରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :