ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।
ମୃଗଶିରା- ବ୍ୟବସାୟୀରେ ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । କଂପାନୀରେ ଚାକିରି କରୁଥିବା ଲୋକଙ୍କ ଲାଗି ଦିନ ଭଲ ରହିବ । ଘର କାମର ବୋଝ ଅଧିକ ରହିବ । ଅନ୍ୟମାନଙ୍କ ସହିତ କଥା ହେବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ ।
ଆଦ୍ରା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢାଇବେ ।
ପୁନର୍ବସୁ- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ମହିଳା ଛାତ୍ରୀ ମାନେ ପୁରସ୍କୃତ ହୋଇପାରନ୍ତି ।
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫