• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Aries

ମେଷ

Friday 13 Oct 2023

ଅଶ୍ୱନୀ- ପାରିବାରିକ ସ୍ତରରେ ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ପ୍ରତିରୋଧ ଆସିପାରେ। ଆନୁଷ୍ଠାନିକ କାମ ସକାଶେ ତତ୍ପର ହେବେ। ମନ ଚାହୁଁ ନ ଥିବା କେତେକ କାମ ପରିସ୍ଥିତିରେ ପଡି କରିବାକୁ ବାଧ୍ୟ ହେବେ।

ଦ୍ୱିଜା- ଅଫିସ୍ରେ ମିଠା କଥା କହି ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।    

କୃତିକା- ବନ୍ଧୁଙ୍କ ସମ୍ମୁଖରେ ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ