• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Taurus

ବୃଷ

Friday 13 Oct 2023

କୃତିକା-ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମକ୍ଷେତ୍ର, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।

ରୋହିଣୀ- କେତେକ କ୍ଷେତ୍ରରେ ଅନ୍ୟକୁ ଖୁସି କରିବାକୁ ଯାଇ ନିଜର ସ୍ବାର୍ଥକୁ ବଳି ଦେଇପାରନ୍ତି । ଘରୋଇ କଥା ମନରେ ବାରମ୍ବାର ଆଲୋଡ଼ନ ସୃଷ୍ଟି କରି ଚିନ୍ତାଧାରାକୁ ବିକ୍ଷିପ୍ତ କରିଦେବ।

ମୃଗଶିରା- ପ୍ରକାଶନ, ପାରିବାରିକ, ପ୍ରଶାସନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ। 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର- ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ