• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Aquarius

କୁମ୍ଭ

Friday 13 Oct 2023

ଧନିଷ୍ଠା - ପୂର୍ବ ଶତ୍ରୁତାକୁ ନେଇ ବନ୍ଧୁଙ୍କ ସଦ୍ଭାବ, ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ଶତଭିଷା- ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ। ସ୍ବାସ୍ଥ୍ୟରେ ଉନ୍ନତି, ପ୍ଲଟିଂ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି। 

ପୂ, ଭାଦ୍ରପଦ- କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ଧୈର‌୍ୟ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ