• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Cancer

କର୍କଟ

Friday 13 Oct 2023

ପୁନର୍ବସୁ- ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡ଼ୋଶୀଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର‌୍ୟ୍ୟ ସକାଶେ ସତ୍ ସଙ୍ଗୀଙ୍କ ପ୍ରେରଣା ମିଳିପାରେ।

ପୁଷ୍ୟା- ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିପାରନ୍ତି। ଯଥା ସମୟରେ ସବୁ କାମ ସମ୍ପନ୍ନହେବାରୁ ମନ ଖୁସି ହୋଇଯିବ। ଧୈର‌୍ୟ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ।

ଅଶ୍ଳେଷା- ମନ ବୁଝିଲା ଭଳି କଥା କହି ପରକୁ ଆପଣେଇ ନେବା । କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହୋଇପାରନ୍ତି।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ବୁଲା  କୁକୁରକୁ ଖାଇବାକୁ ଦିଅନ୍ତୁ