• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Leo

ସିଂହ

Friday 13 Oct 2023

ମଘା- ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବେ।

ପୂ- ଫାଲ୍‌ଗୁନୀ- ଘରର ଅସଜଡ଼ା ପରିସ୍ଥିତି କଥା ଚିନ୍ତାକରି ରକ୍ତଚାପ ବଢ଼ିଯାଇପାରେ। ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ। କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।

ଉ- ଫାଲ୍‌ଗୁନୀ- ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ