• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Virgo

କନ୍ୟା

Friday 13 Oct 2023

ଉ- ଫାଲ୍‌ଗୁନୀ- ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ । କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ। ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି ।

ହସ୍ତା- କର୍ମକ୍ଷେତ୍ରରେ କେତେକ କାର‌୍ୟ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। 

ଚିତ୍ରା- ଆପଣଙ୍କ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବଢ଼ିବ। ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣିପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର -   ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ