• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Sagittarius

ଧନୁ

Friday 13 Oct 2023

ମୂଳା- ସକାଳୁ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ।

ପୂ, ଷାଢା- ଅଫିସିଆଲି ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। କୌଣସି ବ୍ୟକ୍ତିଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହେଲେ ମଧ୍ୟ ପ୍ରକାଶ୍ୟରେ କିଛି କହିପାରିବେ ନାହିଁ।

ଉ,  ଷାଢା- ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ