• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ  ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ

Capricorn

ମକର

Friday 13 Oct 2023

ଉ, ଷାଢା- ସମ୍ପର୍କୀୟଙ୍କ ସାହାଯ୍ୟରୁ ଅଟକିଥିବା କାମଟି ହଠାତ୍ ହୋଇଯିବ। ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। 

ଶ୍ରବଣା- ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୀଳ ହେବେ। ବ୍ୟବସାୟ ଓ ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

ଧନିଷ୍ଠା- ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ