ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।
ଧନିଷ୍ଠା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ
ଶତଭିଷା- ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ଧର୍ମକାର୍ୟ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର୍ୟ୍ୟ ହାସଲ କରିବେ
ପୂ, ଭାଦ୍ରପଦ- ପଦମର୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮