ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।
ମଘା- ଖାଦ୍ୟପେୟର ଅନିୟମିତତା ସ୍ୱାସ୍ଥ୍ୟହାନିର କାରଣ ହୋଇପାରେ । ବନ୍ଧୁମାନଙ୍କଠାରୁ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । କର୍ମକ୍ଷେତ୍ରରେ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ।
ପୂ- ଫାଲ୍ଗୁନୀ- ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବେ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ
ଉ- ଫାଲ୍ଗୁନୀ- ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଧାର୍ମିକ ବାତାବରଣ ମଧ୍ୟରେ ଆନନ୍ଦ ଅନୁଭବ କରିବେ। ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ।
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧