ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ
ଉ , ଫାଲଗୁନୀ – ମଧୁମେୟ ରୋଗର ସମ୍ମୁଖୀନ ହୋଇ ପାରନ୍ତି । ପରିବାରରେ ହସଖୁସିର ବାତାବରଣ ଜାରି ରହିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ବିଦ୍ୟାରେ ଉନ୍ନତି କରିବେ ।
ହସ୍ତା – ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନୋନିବେଶ କରିବେ ।
ଚିତ୍ରା – ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ବିଦେଶ ଯାତ୍ରା କରି ପାରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି । ସିନେତାରକା ମାନେ ଭଲ ନାମ କମାଇବେ ।
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫