ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ
ମଘା – ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ
ପୂ , ଫାଲଗୁନୀ - ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଉ ,ଫାଲଗୁନୀ –ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧