ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର-ବୃଷ ଅହୋରାତ୍ର,ତିଥି-୧୪ଶୀ ଦିବା ୦୪.୫୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବୃଷ, ସଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ପୁନର୍ବସୁ- ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।
ପୁଷ୍ୟା- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ । ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।
ଅଶ୍ଲେଷା- ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ଆଧ୍ୟାତ୍ମିକ ଚେତନା ପ୍ରତି ମନ ବଳାଇବେ ।
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨